ଧର୍ମେନ୍ଦ୍ରଙ୍କ ବାସଭବନରେ ଯୋଗୀ

ନୂଆଦିଲ୍ଲୀ : ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ବିହୃତ୍ତ ବିଜୟ ପରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି । ଏ ନେଇ ଟ୍ୱିଟରରେ ସୂଚନା ଦେଇଛନ୍ତି ଯୋଗୀ । ସେ କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । କେନ୍ଦ୍ରମନ୍ତ୍ରୀଙ୍କ ସହଯୋଗରେ ଉତ୍ତରପ୍ରଦେଶ ସାମଗ୍ରିକ ବିକାଶ ପଥରେ ଅଗ୍ରସର ହେବ । ଅନ୍ୟପକ୍ଷରେ କେନ୍ଦ୍ରମନ୍ତ୍ରୀ ମଧ୍ୟ ଟ୍ୱିଟରେ ଉଲ୍ଲେଖ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାର୍ଗଦର୍ଶନରେ ୟୁପିରେ ଐତିହାସିକ ଜନାଦେଶ ପାଇଁ ଯୋଗୀଙ୍କୁ ଶୁଭେଚ୍ଛା । ସେହିପରି ଯୋଗୀଙ୍କ ନେତୃତ୍ୱରେ ଉତ୍ତରପ୍ରଦେଶ ପ୍ରଗତି ଏବଂ ସୁଶାସନର ନୂଆ ଶିଖରକୁ ଛୁଇଁବ ।