ପୁରୀ: ଶ୍ରୀମନ୍ଦିର ସେବାୟତ କୃଷ୍ଣ ପ୍ରତିହାରୀ ହତ୍ୟା ମାମଲା । ଘଟଣାକୁ ନେଇ ଆଜି ସାମ୍ବାଦିକ ସମ୍ମିଳନୀ କରି ପ୍ରତିକ୍ରିୟା ରଖିଛନ୍ତି ପୁରୀ ଏସପି । ଏହି ହତ୍ୟା ଘଟଣାରେ ଆଉ ୪ଜଣଙ୍କୁ ଗିରଫ କରାଯାଇଥିବା ପୁରୀ ଏସପି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ତାହା ସହ ଏତଲାରେ ନାମ ଥିବା ୩ଜଣଙ୍କ ସହ ଆଉ ଜଣେ ମଧ୍ୟ ଗିରଫ ହୋଇଥିବା ଏସପି କହିଛନ୍ତି । ଗିରଫ ହୋଇଥିବା ଅଭିଯୁକ୍ତ ମାନେ ହେଲେ କୁନମୁନ ସୁଆର, ଟୁଟୁ ମହାପାତ୍ର, ହରି ପଣ୍ଡା ଓ ଜଗନ ଖଟେଇ ବୋଲି ପୁଲିସ ସୂଚନା ଦେଇଛି । ସମସ୍ତ ଅଭିଯୁକ୍ତଙ୍କୁ ପୁଲିସ କୋରାପୁଟରୁ ଗିରଫ କରାଯାଇଥିବା ସୂଚନା ଦିଆଯାଇଛି ।