ନୂଆଦିଲ୍ଲୀ: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନ ଏକ ବଡ ନିଷ୍ପତ୍ତି ନେଇଛନ୍ତି । ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନ ୩୫ ହଜାର ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ନିୟମିତ କରାଯିବ ବୋଲି ଘୋଷଣା କରିଛନ୍ତି । ଏନେଇ ସୂଚନା ଦେଇଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନ । ସେ କହିଛନ୍ତି ଯେ,୩୫ ହଜାର ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ନିୟମିତ କରାଯିବ ।
ସୂଚନାଯୋଗ୍ୟ ଯେ, ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ତାଙ୍କ ପାର୍ଟି କ୍ଷମତାକୁ ଆସିଲେ ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ନିୟମିତ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲା । ଏବେ ପାର୍ଟି ତାହା ପୂରଣ କରିଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ । ସେହିପରି ଗତ କିଛିଦିନ ତଳେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ, ସରକାରୀ ବିଭାଗରେ ୨୫ ହଜାର ନିଯୁକ୍ତି ଦିଆଯିବା ସହ କୃଷକଙ୍କୁ ୩୦୦ ୟୁନିଟ୍ ପର୍ଯ୍ୟନ୍ତ ମାଗଣାରେ ବିଜୁଳି ଯୋଗାଇ ଦିଆଯିବ ।