୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଜି ଆଉ ୧ ଜଣ ପଜିଟିଭ ଚିହ୍ନଟ

ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ….

ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଥିଲା । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଥିଲେ । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ତେବେ ପୁଣି ଥରେ କୋଭିଡର ଚତୁର୍ଥ ଲହର ଆସିବାର ସମ୍ଭାବନା ଦେଖାଦେଇଛି । ଦେଶର କିଛି ରାଜ୍ୟରେ ଏବେ କୋଭିଡର ସଂକ୍ରମଣ ବଢ଼ିବାରେ ଲାଗିଛି ।

ଆଜି ୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ କେହି ଚିହ୍ନଟ ହୋଇନାହାନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର କୌଣସି ପିଲା ସଂକ୍ରମିତ ହୋଇନାହାନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୯୮୦ରେ ପହଞ୍ଚିଛି ।