ପ୍ରଚଣ୍ଡ ତାତି ପାଇଁ ଆଜିଠୁ ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି

ଆଜିଠୁ ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ଗୁଡିକୁ ଛୁଟି….

ଭୁବନେଶ୍ୱର : ଆଜିଠୁ ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ଗୁଡିକୁ ଛୁଟି ଘୋଷଣା କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ଦିନକୁ ଦିନ ଖରାର ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଆଜିଠାରୁ ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରାଯାଇଛି । ୨୮ ଏପ୍ରିଲରୁ ମେ’ ୨ ଯାଏଁ ସବୁ ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି ନେଇ ଘୋଷଣା ହୋଇଛି । ସେହିପରି କ୍ଲାସ ବନ୍ଦ ରହିଥିଲେ ମଧ୍ୟ ଏହି ସମୟ ମଧ୍ୟରେ ହେବାକୁ ଥିବା ପରୀକ୍ଷା ଚାଲୁ ରହିବ । ଏନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ସୂଚନା ଦେଇଛି । ଅନ୍ୟପକ୍ଷରେ ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଆସନ୍ତା ୪/୫ ଦିନ ପର୍ଯ୍ୟନ୍ତ ହିଟ ୱେଭ ପ୍ରଭାବ ରହିବାର ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓଡିଶାରେ ତାପମାତ୍ରା ସ୍ୱାଭାବିକ ଠାରୁ ୩ରୁ ୫ ଡିଗ୍ରୀ ଅଧିକ ରହିବ ।