ଆଜି ରାଜ୍ୟରୁ ୧୦ ଜଣ କୋଭିଡ୍ ପଜିଟିଭ ଚିହ୍ନଟ

ଗତ କିଛିଦିନ ଧରି ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ….

ଭୁବନେଶ୍ୱର: ଗତ କିଛିଦିନ ଧରି ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି ।  ତେବେ ପୁଣି ଥରେ କୋଭିଡର ଚତୁର୍ଥ ଲହର ଆସିବାର ସମ୍ଭାବନା ଦେଖାଦେଇଛି । ଦେଶର କିଛି ରାଜ୍ୟରେ ଏବେ କୋଭିଡର ସଂକ୍ରମଣ ବଢ଼ିବାରେ ଲାଗିଛି ।

ଆଜି ୧୦ ଜଣ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪ ଜଣ ଚିହ୍ନଟ ହୋଇଛନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର ୧ ଜଣ ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୩୪ରେ ପହଞ୍ଚିଛି । ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୭୭୯ ରହିଥିବା ବେଳେ ୭୮ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।