ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଦିଦି
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ….
ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଭେଟିଛନ୍ତି । ସେହିପରି ୫ ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନରେ ଉଭୟ ମୁଖ୍ୟମନ୍ତ୍ରୀଙ୍କ ଏହା ଥିଲା ପ୍ରଥମ ସାକ୍ଷାତ । ମମତାଙ୍କ ପୁତୁରା ତଥା ଅଭିଷେକ ବାନାର୍ଜୀଙ୍କ ସରକାରୀ ବାସଭବନରେ ହୋଇଥିବା ଏହି ଭେଟରେ ପଞ୍ଜାବରେ ବିଜୟ ପାଇଁ ଅରବିନ୍ଦ କେଜ୍ରିୱାଲଙ୍କୁ ମମତା ବାନାର୍ଜୀ ଶୁଭେଚ୍ଛା ଜଣାଇଛନ୍ତି । ତୃଣମୂଳ କଂଗ୍ରେସ ପକ୍ଷରୁ କୁହାଯାଇଛି ଯେ ମମତା ବାନାର୍ଜୀ ଓ ଅରବିନ୍ଦ କେଜ୍ରିୱାଲଙ୍କର ଏହା ଥିଲା ସୌଜନ୍ୟମୂଳକ ସାକ୍ଷାତକାର । ଆପ ପାର୍ଟି ପଞ୍ଜାବରେ ବିପୁଳ ବିଜୟଲାଭ କରିଥିବାରୁ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ମମତା ବାନାର୍ଜୀ ଶୁଭେଚ୍ଛା ଜଣାଇଛନ୍ତି । ସୂଚନାଯୋଗ୍ୟ ତୃଣମୂଳ କଂଗ୍ରେସ ଓ ଆମ ଆଦମୀ ପାର୍ଟି ଗୋଆରେ ନିକଟରେ ବିଧାନସଭା ନିର୍ବାଚନ ଲଢିବା ପରେ ଉଭୟ ନେତାଙ୍କ ମଧ୍ୟରେ ଏହା ଥିଲା ପ୍ରଥମ ସାକ୍ଷାତ ।