ଏନକାଉଣ୍ଟରେ ଜଣେ ଆତଙ୍କୀ ସଫା

ଜାମ୍ମୁ-କାଶ୍ମୀର ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହେବା ସହ ବିପୁଳ ଅସ୍ତ୍ରଶସ୍ତ୍ର ଜବତ କରିଛି ପୁଲିସ…

ଶ୍ରୀନଗର : ଜାମ୍ମୁ-କାଶ୍ମୀର ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହେବା ସହ ବିପୁଳ ଅସ୍ତ୍ରଶସ୍ତ୍ର ଜବତ କରିଛି ପୁଲିସ । ଆତଙ୍କବାଦୀଙ୍କ ବିରୋଧରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିବା ବେଳେ ବାନ୍ଦିପୋରାରେ ସୁରକ୍ଷାକର୍ମୀ ଗୁଳିରେ ଜଣେ ଆତଙ୍କି ନିହତ ହୋଇଥିଲା । ସୂଚନା ଅନୁଯାୟୀ ବାନ୍ଦିପୋରାରେ ଆତଙ୍କବାଦୀ ଥିବା ନେଇ ପୁଲିସକୁ ସୂଚନା ମିଳିଥିଲା । ଏହାପରେ ସୁରକ୍ଷାକର୍ମୀଙ୍କ ଦ୍ୱାରା ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ । ଏହି ସମୟରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବନିମୟ ଆରମ୍ଭ ହୋଇଥିଲା । ସୂଚନାଯୋଗ୍ୟ ଯେ, ଗତକାଲି ଅନନ୍ତନାଗରେ ଆତଙ୍କୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଥିଲା ।