ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨ ହଜାର ୮୪୧ ଆକ୍ରାନ୍ତ ଚିହ୍ନଟ
ଦେଶରେ ଗତ କିଛି ଦିନ ହେବ ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ଅତିକ୍ରମ…
ଦେଶରେ ଗତ କିଛି ଦିନ ହେବ ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ଅତିକ୍ରମ କରୁଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨ ହଜାର ୮୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୧,୧୬,୨୫୪ରେ ପହଞ୍ଚିଛି। ସେହିପରି ୩ ହଜାର ୨୯୫ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ମୋଟ ୪,୨୫,୭୩,୪୬୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୪% ରହିଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୪,୧୯୦ରେ ପହଞ୍ଚିଛି।