ପଶ୍ଚିମରେ ତାତି ଓ ଉପକୂଳରେ ଗୁଳୁଗୁଳି

ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଉପକୂଳ ଓଡ଼ିଶାରେ….

ଭୁବନେଶ୍ୱର : ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଉପକୂଳ ଓଡ଼ିଶାରେ ଅସହ୍ୟ ଗୁଳୁଗୁଳି ସାଧାରଣ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି । ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ଗ୍ରୀଷ ପ୍ରବାହ ଲାଗିରହିବ ଏବଂ ଉପକୂଳରେ ଗୁଳୁଗୁଳି ହେବ ବୋଲି ଭୁବନେଶ୍ୱରସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଉପକୂଳ ଓଡ଼ିଶାର ୧୪ଟି ଜିଲ୍ଳାରେ କାଳବୈଶାଖୀର ସମ୍ଭାବନା ରହିଥିବା ବେଳେ ପଶ୍ଚିମ ଓଡ଼ିଶାର ୪ ଜିଲ୍ଲାରେ ପ୍ରବଳ ଗୀଷ୍ମ ପ୍ରବାହ ଜାରି ରହିବ । ସେହିପରି ଏହି ସମୟ ମଧ୍ୟରେ ବରଗଡ, ସୋନପୁର, ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ର ପ୍ରଭାବ ଦେଖାଦେବ । ତେଣୁ ଏହି ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅନ୍ୟପକ୍ଷରେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଅନେକ ସ୍ଥାନରେ ସର୍ବାଧିକ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି ।