ଭୁବନେଶ୍ୱର : ରଜରେ ଭିଜିବ ସାରା ଓଡ଼ିଶା । ୩ରୁ ୪ ଦିନ ଭିତରେ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ଅନୁସାରେ, ଆଗାମୀ ୩ରୁ ୪ ଦିନ ଭିତରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ । ଗତ କିଛି ଦିନ ଧରି ଅସହ୍ୟ ଗ୍ରୀଷ୍ମ ପ୍ରବାହ ଓ ଗୁଳିଗୁଳିରେ ରାଜ୍ୟବାସୀ ଛଟପଟ ହେଉଥିଲେ । ସୂଚନାଯୋଗ୍ୟ, ୧୩ ପୂର୍ବରୁ ମୌସୁମୀ ଓଡ଼ିଶା ଆସିବାର ସମ୍ଭାବନା ନାହିଁ ବୋଲି ଦୁଇ ଦିନ ପୂର୍ବରୁ ଆଇଏମଡିର ବରିଷ୍ଠ ବୈଜ୍ଞାନିକ ରାଜେନ୍ଦ୍ର ଜେନାମଣି କହିଥିଲେ । ଦକ୍ଷିଣ ମହାରାଷ୍ଟ୍ର, ଉତ୍ତର କର୍ଣ୍ଣାଟକ ଓ ଆନ୍ଧ୍ର ପ୍ରଦେଶର କିଛି ଅଞ୍ଚଳରେ ୫ ଦିନ ଭିତରେ ମୌସୁମୀ ଛୁଇଁବ ।