ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ
ଆଜିର କରୋନା ମାମଲା ରାଜ୍ୟର ୨ଜିଲ୍ଲା ଓ ଷ୍ଟେଟପୁଲରୁ ଚିହ୍ନଟ ହୋଇଛନ୍ତି…
ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରୁ ଆଉ ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ସୂଚନା ଦେଇଛି । ଆଜିର ୧୨ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୭ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ୫ଜଣ ରହିଛନ୍ତି ।
ଚିହ୍ନଟ ହୋଇଥିବା ଆଜି ଆକ୍ରାନ୍ତଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ କୌଣସି ଆକ୍ରାନ୍ତ ନଥିବା କୁହାଯାଇଛି । ଗତକାଲି ରାଜ୍ୟରେ ୧୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି । ଆଜିର କରୋନା ମାମଲା ରାଜ୍ୟର ୨ଜିଲ୍ଲା ଓ ଷ୍ଟେଟପୁଲରୁ ଚିହ୍ନଟ ହୋଇଛନ୍ତି ।