ନୂଆଦିଲ୍ଲୀ: ଦେଶରେ ବଢ଼ୁଛି କରୋନା ସଂକ୍ରମଣ । ଆଜି ଦେଶରେ ଦୈନିକ କରୋନା ସଂକ୍ରମଣ ୧୧ହଜାର ଟପିଛି । ଗତ ୨୪ ଘଣ୍ଟାରେ ଆଉ ୧୧ହଜାର ୭୯୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଦିଆଯାଇଥିବା ବେଳେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି ହେଉଛି । ଗୋଟିଏ ଦିନରେ ଦେଶରେ ୨୭ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
ଆହୁରି ପଢ଼ନ୍ତୁ...
ସେପଟେ ଲଗାତର ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ୯୬ ହଜାର ଉପରେ ରହିଛି ମୋଟ୍ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍ ୯୬,୭୦୦ ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି ।