ଆଲୋଭେରା ଜୁସ୍ରୁ ଏହି ସବୁ ଫାଇଦା ମିଳିଥାଏ
ଆଲୋଭେରାକୁ ସକାଳେ ଏବଂ ସନ୍ଧ୍ୟାରେ ଦୁଇ ଥର ବ୍ୟବହାର କରି ଆପଣ ସବୁ ମାସରେ ନିଜ ଓଜନ କମାଇ ପାରିବେ।….
ଘିକୁଆଁରୀ ବା ଆଲୋଭେରା ହେଉଛି ପ୍ରକୃତିର ଏକ ଅମୂଲ୍ୟ ଉପହାର। ଏହା ଆମର ସ୍ୱାସ୍ଥ୍ୟଜନିତ ଅନେକ ସମସ୍ୟାକୁ ଦୂର କରେ। ଏହାର ରସରେ କ୍ୟାଲସିୟମ, ପଟାସିୟମ, ଫଲିକ୍ ଏସିଡ୍ ସହ ଭିଟାମିନ୍ ଏ, ବି-୧, ବି-୨, ବି-୬ ଓ ସି ରହିଛି। ଆଲୋଭେରାକୁ ଆର୍ୟୁବେଦରେ ସଞ୍ଜିବନୀ କୁହାଯାଇଥାଏ। ଏଥିରେ ଆମିନୋ ଏସିଡ଼ର ମାତ୍ରା ପ୍ରଚୁର ପରିମାଣରେ ରହିଥାଏ। ଏବଂ ଏଥିରେ ଥିବା ଭିଟାମିନ୍ ବି୧୨ ଶରୀରର ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇଥାଏ।
ଆଲୋଭେରାକୁ ସକାଳେ ଏବଂ ସନ୍ଧ୍ୟାରେ ଦୁଇ ଥର ବ୍ୟବହାର କରି ଆପଣ ସବୁ ମାସରେ ନିଜ ଓଜନ କମାଇ ପାରିବେ। ଏହା କରିବା ପାଇଁ ଆପଣଙ୍କୁ ଅଧିକ ପରିଶ୍ରମ କରିବାକୁ ପଡ଼ିବ ନାହିଁ।
ଯଦି ଆପଣ ଟିଭି ଅଧିକ ଦେଖନ୍ତି କିମ୍ବା ମୋବାଇଲ୍ ଅଧିକ ବ୍ୟବହାର କରନ୍ତି ତେବେ ଆପଣଙ୍କ ଆଖିରେ ଏହା ଖରାପ ପ୍ରଭାବ ପକାଇବ। ଆଲୋବେରା ଜୁସ୍ ପିଇଲେ ଆପଣଙ୍କ ଆଖିର ଦୃଷ୍ଟି ଶକ୍ତି ବଢ଼ିବ।