ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୪,୫୦୬ କରୋନା ସଂକ୍ରମିତ ଚିହ୍ନଟ
ଏଥି ସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪,୩୪,୩୩,୩୪୫କୁ ବୃଦ୍ଧି ପାଇଛି…
ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଦିନକରେ ଆଉ ୧୪,୫୦୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪,୩୪,୩୩,୩୪୫କୁ ବୃଦ୍ଧି ପାଇଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୧୧,୫୭୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଫଳରେ ଦେଶରେ ମୋଟ ଆରୋଗ୍ୟ ସଂଖ୍ୟା ୪,୨୮,୦୮,୬୬୬ରେ ପହଞ୍ଚିଛି । ଦେଶରେ କରୋନା ଆରୋଗ୍ୟ ହାର ୯୮.୫୬% ରହିଛି ।