ଶ୍ରୀନଗର : ପୁଣି ସୀମାରେ ଫୁଟିଲା ଗୁଳି । ଜମ୍ମୁ କାଶ୍ମୀର କୁଲଗାମର ହାଡିଗାମରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଦୁଇ ସ୍ଥାନୀୟ ଆତଙ୍କବାଦୀ ଆତ୍ମସମର୍ପଣ କରିଛନ୍ତି । ସ୍ଥାନୀୟ ଅଞ୍ଚଳରେ ଆତଙ୍କୀଙ୍କ ଉପସ୍ଥିତି ନେଇ ସୂଚନା ପାଇଥିଲେ ସୁରକ୍ଷାବାହିନୀ । ଅଞ୍ଚଳକୁ ଘେରାବନ୍ଦୀ କରି ଜମ୍ମୁକାଶ୍ମୀର ପୋଲିସ ଓ ସୁରକ୍ଷାକର୍ମୀଙ୍କ ମିଳିତ ଅପରେସନ ଆରମ୍ଭ ହୋଇଥିଲା । ଦୀର୍ଘ ସମୟ ଧରି ଗୁଳି ବିନିମୟ ହୋଇଥିଲା । ଦୁଇ ଆତଙ୍କୀ ଆତ୍ମସମର୍ପଣ କରିଛନ୍ତି । ସେମାନଙ୍କଠୁ ବହୁ ଅସ୍ତ୍ରଶସ୍ତ୍ର ଜବତ ହୋଇଛି ।