ସ୍ୱର୍ଣ୍ଣ ମନ୍ଦିର ପରିଦର୍ଶନ କଲେ ପତ୍ନୀଙ୍କ ସହ ପଞ୍ଜାବ ମୁଖ୍ୟମନ୍ତ୍ରୀ

ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ମା’ ଓ ଭଉଣୀ ମଧ୍ୟ ଉପସ୍ଥିତ ଥିଲେ..

ପଞ୍ଜାବ: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ ଆଜି ପତ୍ନୀ ଗୁରପ୍ରୀତ କୌରଙ୍କ ସହ ସ୍ୱର୍ଣ୍ଣ ମନ୍ଦିର ପରିଦର୍ଶନ କରିଛନ୍ତି । ବିବାହ ପରେ ପତ୍ନୀଙ୍କ ସହ ଏହା ହେଉଛି ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ଅମୃତସର ଗସ୍ତ । ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ମା’ ଓ ଭଉଣୀ ମଧ୍ୟ ଉପସ୍ଥିତ ଥିଲେ । ସୂଚନାଯୋଗ୍ୟ, ଭଗବନ୍ତ ମାନ ପଞ୍ଜାବର ପ୍ରଥମ ମୁଖ୍ୟମନ୍ତ୍ରୀ ଯିଏକି ପଦରେ ରହି ବିବାହ କରିଛନ୍ତି ।