ନଦୀକୁ ବସ୍ ଖସି ୧୩ ମୃତ
ସୂଚନା ପାଇ ପୋଲିସ ଏବଂ ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଂଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ….
ଭୋପାଳ: ମଧ୍ୟପ୍ରଦେଶର ଧର ଏବଂ ଖରଗୋନ ଜିଲ୍ଲା ସୀମାରେ ଥିବା ଖଲଘାଟରେ ଏକ ଯାତ୍ରୀବାହୀ ବସ ନର୍ମଦା ନଦୀରେ ଖସି ପଡ଼ି ୧୩ ଜଣଙ୍କର ମୃତ୍ୟୁ ହୋଇଛି । ସୂଚନା ପାଇ ପୋଲିସ ଏବଂ ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଂଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ସମ୍ପର୍କୀୟଙ୍କୁ ୪ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଘୋଷଣା କରିଛନ୍ତି ।