ଦ୍ୱିତୀୟ ପର୍ଯ୍ୟାୟରେ ବି ଦ୍ରୌପଦୀ ମୁର୍ମୁ ଆଗରେ

ରାଷ୍ଟ୍ରପତି ନିର୍ବାଚନର ଫଳାଫଳକୁ ସାରା ଦେଶ ଅପେକ୍ଷା କରିଥିବା ବେଳେ ଏବେ ଗଣତିର…

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନର ଫଳାଫଳକୁ ସାରା ଦେଶ ଅପେକ୍ଷା କରିଥିବା ବେଳେ ଏବେ ଗଣତିର ଦ୍ୱିତୀୟ ପର୍ଯ୍ୟାୟ ଫଳାଫଳ ପ୍ରକାଶ ପାଇଛି । ଦ୍ୱିତୀୟ ପର୍ଯ୍ୟାୟରେ ବି ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ବିରୋଧୀ ମେଣ୍ଟର ପ୍ରାର୍ଥୀ ୟଶୱନ୍ତ ସିହ୍ନାଙ୍କ ଠାରୁ ଆଗରେ ଅଛନ୍ତି । ଦ୍ୱିତୀୟ ପର୍ଯ୍ୟାୟ ଫଳାଫଳ ମୁତାବକ ଦ୍ରୌପଦୀ ମୁର୍ମୁଙ୍କୁ ୧୩୪୯ ଭୋଟ ମିଳିଥିବା ବେଳେ ୟଶୱନ୍ତ ସିହ୍ନାଙ୍କୁ ୫୩୭ ଭୋଟ ମିଳିଛି ।

କହିରଖୁ କି ଏବେ ୧୦ ଟି ରାଜ୍ୟର ଭୋଟ ଗଣତି ସମାପ୍ତ ହୋଇଛି । ଏହି କ୍ରମରେ ପ୍ରଥମ ପର୍ଯ୍ୟାୟ ବ୍ୟତୀତ ଦ୍ୱିତୀୟ ପର୍ଯ୍ୟାୟରେ ଦ୍ରୌପଦୀ ମୁର୍ମୁଙ୍କୁ ୮୦୯ ଭୋଟ ମିଳିଛି । ଯାହାର ଭାଲ୍ୟୁ ୧,୦୫,୨୨୯ ରହିଛି । ସେହିଭଳି ଦ୍ୱିତୀୟ ପର୍ଯ୍ୟାୟରେ ବିରୋଧୀ ମେଣ୍ଟର ପ୍ରାର୍ଥୀ ୟଶୱନ୍ତ ସିହ୍ନାଙ୍କୁ ୩୨୯ ଭୋଟ ମିଳିଛି, ଏହାର ଭାଲ୍ୟୁ ରହିଛି ୪୪,୨୭୬ । ଏନେଇ ରାଜ୍ୟସଭା ସଂପାଦକ ସୂଚନା ଦେଇଛନ୍ତି ।