ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା!
ଏହି ସମୟ ମଧ୍ୟରେ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି….
ଭୁବନେଶ୍ୱର : ଝାଡ଼ଖଣ୍ଡ-ପଡେ଼ାଶୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଉତର ଓଡ଼ିଶା ଉପରେ ଅବସ୍ଥିତ ରହିଛି । ଏହା ସମୁଦ୍ର ପତନଠାରୁ ୫.୮ କିଲୋମିଟର ଉଚ୍ଚ଼ତାରେ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରୁଛି । ଏହାର ପ୍ରଭାବରେ ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ ଓ ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।
ଏହାକୁ ଦୃଷ୍ଟିରେ ରଖି ଏହି ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ସମୟ ମଧ୍ୟରେ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି ।