ମହାମହିମ ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଏହାସହ ଏକ ଲିଖିତ ପୁସ୍ତକ ‘ପବିତ୍ର ଗ୍ରନ୍ଥାବଳୀ’ ପ୍ରଦାନ କରିଥିଲେ….

ନୂଆଦିଲ୍ଲୀ : କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଷ୍ଟ୍ରପତି ଭବନରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତ କାଳରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁଙ୍କୁ ସମ୍ବଲପୁରୀ ବସ୍ତ୍ରରେ ତିଆରି ଏକ ଉତ୍ତରୀୟ ଦେଇ ତାଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଏହାସହ ଏକ ଲିଖିତ ପୁସ୍ତକ ‘ପବିତ୍ର ଗ୍ରନ୍ଥାବଳୀ’ ପ୍ରଦାନ କରିଥିଲେ । ଏହି ସାକ୍ଷାତ ବେଳେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ସହ ଶିକ୍ଷା ମନ୍ତ୍ରଣାଳୟର ରାଷ୍ଟ୍ର ମନ୍ତ୍ରୀ ଡା. ସୁବାଷ ସରକାର ମଧ୍ୟ ଉପସ୍ଥିତ ଥିଲେ ।