ଦେଶର ୧୪ ତମ ଉପରାଷ୍ଟ୍ରପତି ଭାବେ ଶପଥ ଜଗଦୀପ ଧନଖଡ଼

ରାଷ୍ଟ୍ରପତି ଭବନରେ ଜଗଦୀପ ଧନଖଡ଼ଙ୍କୁ….

ନୂଆଦିଲ୍ଳୀ: ଦେଶର ୧୪ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ଜଗଦୀପ ଧନଖଡ଼ । ରାଷ୍ଟ୍ରପତି ଭବନରେ ଜଗଦୀପ ଧନଖଡ଼ଙ୍କୁ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶପଥପାଠ କରାଇଛନ୍ତି । ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିବା ଦେଖିବାକୁ ମିଳିଥିଲା ।  ସୂଚନା ଥାଉକି ଗତ ୬ ତାରିଖରେ ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ଼ ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ । ବିରୋଧୀ ଦଳର ଉପରାଷ୍ଟ୍ରପତି ପ୍ରାର୍ଥୀ ମାର୍ଗେଟ୍ ଆଲଭାଙ୍କୁ ପରାସ୍ତ କରିଥିଲେ ।