୭୫ ଲକ୍ଷ ଟପିଲା ଦେଶର କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ସଂଖ୍ୟା କମିଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୫ ହଜାର ୭୨୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୭୯ ଜଣଙ୍କ ମୃତ୍ୟୁ ହୋଇଛି।


ଦେଶରେ ମୋଟ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୪ ହଜାର ୬୧୦କୁ ବୃଦ୍ଧି ପାଇଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୭୫ ଲକ୍ଷ ୫୦ ହଜାର ୨୭୩କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ୭ ଲକ୍ଷ ୭୨ ହଜାର ୫୫ ଜଣ ଚିକିତ୍ସିତ ହେଉଥିବା ବେଳେ ୬୬ ଲକ୍ଷ ୬୩ ହଜାର ୬୦୮ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।