ଭୁବନେଶ୍ବର: ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ୍। ଗତକାଲି ୨୮୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୫୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏଥିମଧ୍ୟରେ ୪୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।