ଦେଶରେ ୭୨୧୯ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଦେଶରେ ଦିନକରେ ଆଉ ୭,୨୧୯ ନୂଆ କରୋନା ଆକ୍ରାନ୍ତ …

ନୂଆଦିଲ୍ଲୀ: ଦେଶରେ ଦିନକରେ ଆଉ ୭,୨୧୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୪,୪୭,୧୪୯କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୩୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୭,୯୬୫ରେ ପହଞ୍ଚିଛି। ମୃତ୍ୟୁହାର ୧.୧୯%। ଆଉ ୫୬,୭୪୫ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସପ୍ତାହିକ ସଂକ୍ରମିତ ହାର ୦.୧୩%। ସେହିପରି ଆଉ ୯ ହଜାର ୬୫୧ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୪,୩୮,୬୫,୦୧୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୬୮% ରହିଛି।