ଅବପାତରେ ପରିଣତ ହେଲା ଲଘୁଚାପ

ସକ୍ରିୟ ସୁଦୃଶ ଲଘୁଚାପ କ୍ଷେତ୍ର ପ୍ରଭାବରେ ଉପକୂଳ ସମେତ ପାର୍ଶ୍ଵବର୍ତ୍ତୀ ଜିଲ୍ଲା ଗୁଡିକରେ ଭୀଷଣ ବର୍ଷା ହେଉଛି…..

ଭୁବନେଶ୍ୱର : ଅବପାତରେ ପରିଣତ ହେଲା ଲଘୁଚାପ । ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କେନ୍ଦ୍ରୀଭୂତ ହୋଇଛି । ଆଜି ଏହା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ରହିବ । ସକ୍ରିୟ ସୁଦୃଶ ଲଘୁଚାପ କ୍ଷେତ୍ର ପ୍ରଭାବରେ ଉପକୂଳ ସମେତ ପାର୍ଶ୍ଵବର୍ତ୍ତୀ ଜିଲ୍ଲା ଗୁଡିକରେ ଭୀଷଣ ବର୍ଷା ହେଉଛି । ୧୦ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ସେହିପରି ୧୬ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବାକି ଜିଲ୍ଲାରେ ମଧ୍ୟମ ଧରଣ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ୧୦ ଜିଲ୍ଲାରେ ୭୦ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।