ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୯୪ କରୋନା ପଜିଟିଭ ଚିହ୍ନଟ

କିଛି ଦିନ ପରେ ପୁଣି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ତଳକୁ ଖସିଛି…..

ଭୁବନେଶ୍ବର: କିଛି ଦିନ ପରେ ପୁଣି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ତଳକୁ ଖସିଛି। ଗତକାଲି ୨୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୭୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୨୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୩ଟି ଜିଲ୍ଲାରୁ ୧୯୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।