ନୂଆଦିଲ୍ଲୀ : ଦେଶରେ ହ୍ରାସ ହେଉଛି ଦୈନିକ ସଂକ୍ରମଣ। ଦିନକରେ ଆଉ ୫ ହଜାର ୨୧୭ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୪,୯୭,୯୯୫କୁ ବୃଦ୍ଧି ପାଇଛି। ଆଉ ୫,୯୭୫ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୩୯,୨୫,୨୩୯ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୧%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୮,୧୬୫। ମୃତ୍ୟୁହାର ୧.୧୯%। ୪୪,୫୯୧ ସକିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୧୦%।