ସୁରକ୍ଷାକର୍ମୀ ଓ ଆତଙ୍କୀଙ୍କ ମଧ୍ୟରେ ଗୁଳି ବିନିମୟ

ଶ୍ରୀନଗର : ଦକ୍ଷିଣ କାଶ୍ମୀରର ସୋପିଆନରେ ସୁରକ୍ଷାକର୍ମୀ ଓ ଆତଙ୍କୀଙ୍କ ମଧ୍ୟରେ ଏନକାଉଣ୍ଟର ଆରମ୍ଭ ହୋଇଛି । ଏନେଇ ଜମ୍ମୁକାଶ୍ମୀର ପୋଲିସ ତରଫରୁ ସୂଚନା ପ୍ରଦାନ କରାଯାଇଛି । ଜମ୍ମୁକାଶ୍ମୀରର ହାଫ୍‌ ଶର୍ମାଲ ଅଞ୍ଚଳରେ ଆତଙ୍କବାଦୀଙ୍କ ଗତିବିଧି ନେଇ ଗୁଇନ୍ଦା ସୂଚନା ମିଳିବା ପରେ ସ୍ଥାନୀୟ ପୋଲିସ ଓ ସୁରକ୍ଷାବଳର ଯବାନଙ୍କ ମିଳିତ ଟିମ ସର୍ଚ୍ଚ ଅପେରେସନ ଆରମ୍ଭ କରିଥିବାବେଳେ ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ଆରମ୍ଭ ହୋଇଛି ।

ସମ୍ପୂର୍ଣ୍ଣ ଅଞ୍ଚଳକୁ କର୍ଡନ କରି ଆତ୍ମଗୋପନ କରିଥିବା ଆତଙ୍କୀଙ୍କୁ ଧରିବା ପାଇଁ ଅପରେସନ ଜାରି ରଖିଛନ୍ତି ସୁରକ୍ଷା ବଳର ଯବାନ । ଗତ କିଛି ଦିନ ମଧ୍ୟରେ ଘାଟିରେ ଆତଙ୍କୀ କାର୍ଯ୍ୟକଳାପ କ୍ରମାଗତ ବଢିବାରେ ଲାଗିଛି । ପୋଲିସ, ସୁରକ୍ଷାବଳର କ୍ୟାମ୍ପ ସହିତ ସାଧାରଣ ଜନତା ଓ ଅଣସ୍ଥାନୀୟଙ୍କୁ ଟାର୍ଗେଟ ହତ୍ୟା କରିବା ପାଇଁ ଆକ୍ରମଣ କରିବାରେ ଲାଗିଛନ୍ତି ଆତଙ୍କୀ ।