ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩୩ କରୋନା ପଜିଟିଭ ଚିହ୍ନଟ
ଏମାନଙ୍କ ମଧ୍ୟରୁ ୧୩୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ….
ଭୁବନେଶ୍ବର: ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ଉପରେ ରହିଛି। ଗତକାଲି ୨୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯୭ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୩୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୭ଟି ଜିଲ୍ଲାରୁ ୨୩୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।