ଭୁବନେଶ୍ବର: ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ତଳେ ରହିଛି। ଗତକାଲି ୨୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬୦ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।
ଏଥିମଧ୍ୟରେ ୧୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୧ଟି ଜିଲ୍ଲାରୁ ୧୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।