କେରଳର ପାଲକ୍କଡରେ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
ପିଏମ୍ଏନ୍ଆରଏଫ୍ରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା……
ଭୁବନେଶ୍ୱର,(ପିଆଇବି ) : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେରଳର ପାଲକ୍କଡ ଜିଲ୍ଲାରେ ଏକ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ ପିଏମ୍ଏନଆରଏଫ୍ରୁ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ଲକ୍ଷ ଟଙ୍କା ଏବଂ ଆହତ ମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ ବୋଲି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;
“ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେରଳର ପାଲକ୍କଡ ଜିଲ୍ଲାରେ ଦୁର୍ଘଟଣା ଯୋଗୁଁ ମୃତ୍ୟୁ ପାଇଁ ଦୁଃଖ ପ୍ରକାଶ କରିଛନ୍ତି । ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଆହତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି ।”
“ପିଏମ୍ଏନଆରଏଫ୍ ରୁ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଦିଆଯିବ । ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ପ୍ରଦାନ କରାଯିବ ।”