ଭୁବନେଶ୍ୱର : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୪ ଜଣ ସଂକ୍ରମିତ ରହିଛନ୍ତି ।
ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୨୫୫କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବରଗଡ଼ ଜିଲ୍ଲାରୁ ଜଣେ, କେନ୍ଦ୍ରପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍ରୁ ଜଣେ ରହିଛନ୍ତି।