ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ କିଛି ପରିମାଣରେ ହ୍ରାସ ପାଇ ୧୧୦୦ ତଳକୁ ଚାଲି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଆହୁରି ହ୍ରାସ ପାଇଥିଲେ ବି ୧୬୦୦୦ ତଳେ ରହିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୮୨ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୭ ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୦୮୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୫୯,୪୪୭ରେ ପହଞ୍ଚିଛି।