ନୂଆଦିଲ୍ଲୀ :ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୫୦,୧୨୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ଭାରତରେ ସର୍ବମୋଟ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୮,୬୪,୮୧୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ କରୋନା ସଂକ୍ରମଣ ଯୋଗୁ ୫୭୮ଜଣଙ୍କ ମୃତ୍ୟୁ ଘଟିଥିବା ରବିବାର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ତଥ୍ୟ ଜାରି କରାଯାଇଛି । ତେବେ ବର୍ତ୍ତମାନ ସୁଦ୍ଧା ଦେଶରେ ୧,୧୮,୫୩୪ ଜଣ କରୋନା ସଂକ୍ରମଣରେ ପ୍ରାଣ ହରାଇଛନ୍ତି।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ମୁତାବକ ଗତ ୨୪ ଘଣ୍ଟାରେ ୬୨,୦୭୭ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ ୭୦,୭୮,୧୨୩ ଜଣ କୋଭିଡକୁ ହରାଇ ସୁସ୍ଥ ହୋଇସାରିଛନ୍ତି। ଅନ୍ୟପଟେ ସଂକ୍ରମିତଙ୍କ ସୁସ୍ଥ ହାର ମଧ୍ୟ ବଢ଼ିବାରେ ଲାଗିଛି ।