ଭୁବନେଶ୍ୱର: ବରମୁଣ୍ଡା ନୂଆ ବସଷ୍ଟାଣ୍ଡରେ ବୋମାମାଡ । ଗତକାଲି ବିଳମ୍ବିତ ରାତିରେ ବୋମାମାଡ ହୋଇଛି । ବସଷ୍ଟାଣ୍ଡ ନିକଟରେ ଥିବା ଏକ ହୋଟେଲ ଉପରକୁ ବୋମା ଫିଙ୍ଗିଛନ୍ତି ଦୁର୍ବୃତ୍ତ । ଖାଇବା ପରେ ଟଙ୍କା ଦେବାକୁ ନେଇ ବଚସା ହୋଇଥିଲା । ଏହା ପରେ ବୋମାମାଡ କରାଯାଇଥିବା କୁହାଯାଉଛି । ଏଥିରେ ଆହତ ହୋଇଥିବା ୩ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ସେହିପରି ଜଣକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ ।