ମୁମ୍ବାଇ: ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲଙ୍କ ସ୍ବାମୀ ଦେବୀସିଂହ ଶେଖାୱତଙ୍କ ପରଲୋକ ଘଟିଛି। ଶୁକ୍ରବାର ପୁଣେରେ ୮୯ ବର୍ଷ ବୟସରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତିି। ସୂଚନା ମୁତାବକ, ଅସୁସ୍ଥତା କାରଣରୁ ତାଙ୍କୁ କିଛି ଦିନ ପୂର୍ବରୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଆଜି ସକାଳ ୯ଟା ସମୟରେ ହୃଦଘାତରେ ତାଙ୍କର ଦେହାନ୍ତ ହୋଇଛି।