ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଉ ୨୧୮ କରୋନା ସଂକ୍ରମଣ ଚିହ୍ନଟ

ସିକିମ୍‌ରେ ଜଣଙ୍କର ମୃତ୍ୟୁ ଏବଂ ପିଛିଲା ଭାବେ କେରଳ ୪ଟି ମୃତ୍ୟୁ….

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୨୦୦ରୁ ଅଧିକ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୧୪୯କୁ ବୃଦ୍ଧି ପାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୧୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୧୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୬,୦୧୭ କୋଟିରେ ପହଞ୍ଚିଛି। ଗତ ୨୪ ‌ଘଣ୍ଟାରେ ସିକିମ୍‌ରେ ଜଣଙ୍କର ମୃତ୍ୟୁ ଏବଂ ପିଛିଲା ଭାବେ କେରଳ ୪ଟି ମୃତ୍ୟୁ ରିପୋର୍ଟ କରିବା ପରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୬୯ରେ ପହଞ୍ଚିଛି।