ଭୁବନେଶ୍ୱର : ପଞ୍ଚଭୂତରେ ଲୀନ ହେଲେ ଓଲିଉଡ଼ ଅଭିନେତା ପିଣ୍ଟୁ ନନ୍ଦ। ପୁରୀ ସ୍ବର୍ଗଦ୍ବାରରେ ତାଙ୍କ ଶେଷ କୃତ୍ୟ ସମ୍ପନ୍ନ ହୋଇଛି। ପୁଅ ସାଇ ପିଣ୍ଟୁଙ୍କୁ ମୁଖାଗ୍ନି ଦେଇଛନ୍ତି। ଅନ୍ତିମ ସଂସ୍କାର ପୂର୍ବରୁ ବହୁ ସାଥି କଳାକାର ତାଙ୍କୁ ଶେଷ ଦର୍ଶନ କରିଥିଲେ।
ସୂଚନାଯୋଗ୍ୟ, ବୁଧବାର ରାତି ୧୧ଟା ୨୫ ମିନିଟ ସମୟରେ ଅଭିନେତା ପିଣ୍ଟୁ ନନ୍ଦଙ୍କ ୪୭ ବର୍ଷ ବୟସରେ ପରଲୋକ ଘଟିଥିଲା। ହାଇଦ୍ରାବାଦର ଯଶୋଦା ମେଡ଼ିକାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନଃଶ୍ବାସ ତ୍ୟାଗ କରିଥିଲେ। କିଛିଦିନ ହେବ ସେ ଲିଭର୍ ସିରୋସିସ୍ ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ।