ଶ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି ଅର୍ପଣ
ଜରୁରିକାଳୀନ ପରିସ୍ଥିତି ବିରୋଧୀ ଲଢେଇରେ ତାଙ୍କ ଭୂମିକା ଉଲ୍ଲେଖନୀୟ ଥିଲା…
ପିଆଇବି, ଭୁବେନେଶ୍ଵର : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଶ୍ରୀ ବିଜୁ ପଟ୍ଟନାୟକଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଜଣେ ଉଲ୍ଲେଖନୀୟ ନେତା ଓ ସଂସ୍ଥାନ ନିର୍ମାତା ବିଜୁ ବାବୁଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ପ୍ରଗତିଶୀଳ ଓ ବହୁମୁଖୀ ବ୍ୟକ୍ତିତ୍ୱର ଅଧିକାରୀ ଭାବେ ଓଡିଶାର ପ୍ରଗତି ପାଇଁ ତାଙ୍କ ଅବଦାନ ଅତୁଳନୀୟ ଥିଲା । ଜରୁରିକାଳୀନ ପରିସ୍ଥିତି ବିରୋଧୀ ଲଢେଇରେ ତାଙ୍କ ଭୂମିକା ଉଲ୍ଲେଖନୀୟ ଥିଲା ।”