ଭୁବନେଶ୍ୱର (ଏସ ନ୍ୟୁଜ ): ଆଜି ୧୨୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି ।ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୫୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଜି ଭୁବନେଶ୍ୱର ଓ ଢେଙ୍କାନାଳରେ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ନୂଆପଡା ସୁନ୍ଦରଗଡ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ଭଦ୍ରକ, ବାଲେଶ୍ୱର, କଳାହାଣ୍ଡିରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
ଅନ୍ୟପଟେ ୧୨୦୧ ଜଣ ନୂଅା କରୋନା ସଂକ୍ରମିତଙ୍କ ମଧ୍ୟରୁ ୬୯୭ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ବାକି ୫୦୪ ସ୍ଥାନୀୟ ସଂକ୍ରମିତ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୪ ହଜାର ୪୧୫ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୨ ଲକ୍ଷ ୭୯ ହଜାର ୯୧ ଜଣ। ସେହିପରି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୩ ହଜାର ୯୧୯।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଳାରୁ ୪୯ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ବରରୁ ୪୮, ବରଗଡ଼ରୁ ୫୮, ଭଦ୍ରକରୁ ୨୭, ବଲାଙ୍ଗୀରରୁ ୫୨, ବୌଦ୍ଧରୁ ୮, କଟକରୁ ୬୯, ଦେବଗଡ଼ରୁ ୫, ଢେଙ୍କାନାଳରୁ ୧୪, ଗଜପତିରୁ ୨, ଗଞ୍ଜାମରୁ ୬୧, ଜଗତ୍ସିଂହପୁରରୁ ୭୩, ଯାଜପୁରରୁ ୨୮, ଝାରସୁଗୁଡ଼ାରୁ ୩୫, କଳାହାଣ୍ଡିରୁ ୨୬, କନ୍ଧମାଳରୁ ୯, କେନ୍ଦ୍ରାପଡ଼ାରୁ ୪୩, କେନ୍ଦୁଝରରୁ ୩୨, ଖୋର୍ଦ୍ଧାରୁ ୧୩୨, କୋରାପୁଟରୁ ୨୮, ମାଲକାନଗିରିରୁ ୩୦, ମୟୂରଭଞ୍ଜରୁ ୭୩, ନବରଙ୍ଗପୁରରୁ ୨୪, ନୟାଗଡ଼ରୁ ୧୪, ନୂଆପଡ଼ାରୁ ୫୭, ପୁରୀରୁ ୪୩, ରାୟଗଡ଼ାରୁ ୧୫, ସମ୍ବଲପୁରରୁ ୩୧, ସୋନପୁରରୁ ୨୪, ସୁନ୍ଦରଗଡ଼ରୁ ୬୭, ଷ୍ଟେଟ୍ପୁଲ୍ରୁ ୨୪ ଜଣ ସଂକ୍ରମିତ ହୋଇଛନ୍ତି।