ମୁମ୍ବାଇ: ଦୂରଦର୍ଶନର ଚର୍ଚ୍ଚିତ ଧାରାବାହିକ ‘ନୁକ୍କଡ଼’ରେ ଖୋପଡ଼ି ଭୂମିକାରେ ଅଭିନୟ କରି ଘରେ ଘରେ ପରିଚିତ ହୋଇଥିବା ଅଭିନେତା ସମୀର ଖଖର୍ ଆଉ ନାହାନ୍ତି। ୭୧ ବର୍ଷ ବୟସରେ ବୁଧବାର ତାଙ୍କର ପରଲୋକ ଘଟିଛି। ମିଳିଥିବା ସୂଚନା ମୁତାବକ, ଦୀର୍ଘ ଦିନ ହେବ ସେ ଅସୁସ୍ଥ ଥିଲେ। ଗତକାଲି ସକାଳୁ ଶ୍ବାସକ୍ରିୟାରେ ସମସ୍ୟା ଅନୁଭବ କରିବାରୁ ତାଙ୍କୁ ମୁମ୍ବାଇ ବୋରିୱଲି ସ୍ଥିତ ଏମ୍ଏନ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସ୍ୱାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ିବାରୁ ତାଙ୍କୁ ହସ୍ପିଟାଲର ଆଇସିୟୁକୁ ସ୍ଥାନାନ୍ତର କରାଯାଇଥିଲା। ଏହାପରେ ତାଙ୍କର ଏକାଧିକ ଅଙ୍ଗ ନିଷ୍କ୍ରିୟ ହୋଇଯାଇଥିଲା। ପରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ଭୋର ୪.୩୦ ସମୟରେ ତାଙ୍କର ଦେହାନ୍ତ ହୋଇଥିଲା।
Prev Post
Next Post