ରାଶିଫଳ ଶନିବାର: ଆର୍ଥିକ ଉନ୍ନତି ଲାଗି ଲାଭଦାୟକ

ରାଶିଫଳ ଶନିବାର ତା ୨୫-୦୩-୨୦୨୩

ମେଷ : ଆଜି  ଦିନଟି  ନିଜର କ୍ୟାରିୟର ସୁଧାର ପାଇଁ   ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।

ବୃଷ : ଆଜି ଆପଣଙ୍କ ଭାବନା  ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି।

ମିଥୁନ :ନିଜର ନୂଆ ବିଚାର ଆର୍ଥିକ ଉନ୍ନତି ଲାଗି ଲାଭଦାୟକ ରହିବ। ବ୍ୟବସାୟରେ ଜୀବନ ସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ।

କର୍କଟ : ଆଜି ଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ। ଜୀବନ ସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ। ଛାତ୍ରଙ୍କ କ୍ୟାରିୟର ରେ ନୂଆ ମୋଡ଼ ଆସିପାରେ।

ସି˚ହ : ଆଜି ଆପଣ କୌଣସି ନିଷ୍ପତି ତରବରିଆ ଭାବେ କଲେ କ୍ଷତିରେ ପଡିପାରନ୍ତି। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ।

କନ୍ୟା : ଆଜି ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ସାମାଜିକ ଓ ରାଜ ନୈତିକ କାର୍ଯ୍ୟରେ ସମୟ କଟିବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ହଠାତ୍ ଧନପ୍ରାପ୍ତି ଯୋଗ ରହିଛି। ପାରିବାରିକ ଜୀବନ ସୁଖମୟ ହେବ।

ତୁଳା : ଆଜି ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲ ରହିବ । ଖୁବ୍‌ ମଜା କରିବେ ଓ ଖୁସି ରହିବେ। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଜାୟ ରହିବ। ବ୍ୟବସାୟୀଙ୍କୁ ଅଚାନକ ଧନ ଲାଭ ସୁଯୋଗ ମିଳିବ।

ବିଛା : କୌଣସି ରଚନାତ୍ମକ କାମରେ ଆଜି ଆପଣଙ୍କର ନାମ ଚର୍ଚ୍ଚା ରେ ରହିବ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ପରିବାର ଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ।

ଧନୁ : ଆପଣ ଅନ୍ୟମାନଙ୍କ ଭାବନା ପ୍ରତି ଆଜି ବିଶେଷ ଯତ୍ନବାନ ରହିପାରନ୍ତି। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବା ରେ ରୁଚି ବଢ଼ିବ। ସ୍ଥଗିତ ଥିବା କାର୍ଯ୍ୟ କୌଣସି ବନ୍ଧୁଙ୍କ ଦ୍ବାରା ପୂରା ହେବ। ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ।

ମକର : ଆପଣ ନିଜ କାମରେ ଆଜି ପ୍ରଶ˚ସା ଓ ପୁରସ୍କାର ପାରନ୍ତି ।ବାଣିଜ୍ୟ କରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ। ଧନ ସ˚ପତ୍ତି ବୃଦ୍ଧି ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ପରିବାର ସହିତ ହସ ଖୁସିରେ ସମୟ କଟିବ।

କୁମ୍ଭ : ଆଜି ଇଷ୍ଟଦେବୀ ଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ। ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।

ମୀନ : ଦିନଟି ଆପଣଙ୍କୁ ଆଜି ଶୁଭାଶୁଭ ମିଶ୍ରିତ ଫଳ ପ୍ରଦାନ କରିବ। ବଡ଼ ବ୍ୟବସାୟ ଲାଗି କୌଣସି ବ୍ୟକ୍ତି ସହ ଚୁକ୍ତି କରିପାରନ୍ତି। ଭାବି ଚିନ୍ତି ଖର୍ଚ୍ଚ ନକଲେ ଅସୁବିଧାରେ ପଡ଼ି ପାରନ୍ତି। କୋର୍ଟ କଚେରି ମାମଲାରେ ଚିନ୍ତା ବଢ଼ି ପାରେ ।