ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୧୫୧ କରୋନା ସଂକ୍ରମଣ ଚିହ୍ନଟ

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି….

ନୂଆଦିଲ୍ଲୀ: ୫ ମାସ ପରେ ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୨,୧୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୯୦୦ରୁ ଅଧିକ ହୋଇଯାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୧୫୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

ଉଲ୍ଲେଖଯୋଗ୍ୟ, ଗତବର୍ଷ ଅକ୍ଟୋବର ୨୮ ତାରିଖ ଦିନ ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ୨,୨୦୮ ହୋଇଥିବା ରେକର୍ଡ କରାଯାଇଥିଲା।୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୧୫୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୦୯,୬୭୬ରେ ପହଞ୍ଚିଛି।