ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୦୯୫ କରୋନା ସଂକ୍ରମଣ ଚିହ୍ନଟ

ମୃତ୍ୟୁ ରିପୋର୍ଟ କରିଥିବା ବେଳେ ପିଛିଲା ଭାବେ କେରଳ ୩ଟି ମୃତ୍ୟୁ….

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୩,୦୦୦ ଉପରେ ଥାଇ ଚଳିତ ବର୍ଷର ସର୍ବାଧିକ ଦୈନିକ ସଂକ୍ରମଣ ଭାବେ ରେଡର୍କ କରିଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୫,୦୦୦ ଟପି ଯାଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୦୯୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୦୯୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୧୫,୭୮୬ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୫ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୮୬୭କୁ ବୃଦ୍ଧି ପାଇଛି। ଆଜି ଗୁଜରାଟ ଓ ଗୋଆରେ ଗୋଟିଏ ଲେଖାଏଁ ମୃତ୍ୟୁ ରିପୋର୍ଟ କରିଥିବା ବେଳେ ପିଛିଲା ଭାବେ କେରଳ ୩ଟି ମୃତ୍ୟୁ ସାମିଲ କରିଛି।