ଭୁବନେଶ୍ୱରରୁ ଦୁବାଇକୁ ଉଡିବ ବିମାନ : ଟିକେଟ ବିକ୍ରିର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ମେ’ ୧୫ ତାରିଖରୁ ଭୁବନେଶ୍ୱରରୁ ଦୁବାଇକୁ ଉଡ଼ିବ ବିମାନ । ଏଥିପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିକେଟ୍ ବିକ୍ରିର ଶୁଭାରମ୍ଭ କରିବେ । ସୂଚନା ଅନୁସାରେ, ଗତ ମାର୍ଚ୍ଚ ୫ ତାରିଖରୁ ଭୁବନେଶ୍ୱର ଓ ଦୁବାଇ ମଧ୍ୟରେ ସିଧାସଳଖ ବିମାନ ଚଳାଚଳ ଆରମ୍ଭ ହେବାକୁ ସ୍ଥିର ହୋଇଥିଲା ।କିନ୍ତୁ କୌଣସି କାରଣରୁ ଏହା ସମ୍ଭବ ହୋଇପାରିନଥିଲା । କିନ୍ତୁ ଆସନ୍ତା ମାସରେ ଭୁବନେଶ୍ୱରରୁ ଦୁବାଇ ବିମାନ ଚଳାଚଳ ଆରମ୍ଭ ହେବ ।