ଭାରତର ଇତିହାସରେ ଏପର୍ଯ୍ୟନ୍ତ ସର୍ବାଧିକ କୋଇଲା ଉତ୍ପାଦନକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ପିଆଇବି, ଭୁବେନେଶ୍ଵର : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଭାରତ ଇତିହାସରେ ଏପର୍ଯ୍ୟନ୍ତ ସର୍ବାଧିକ କୋଇଲା ଉତ୍ପାଦନରେ ସନ୍ତୋଷ ବ୍ୟକ୍ତ କରିଛନ୍ତି ।

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ଅର୍ଥନୈତିକ ବିକାଶର ଏକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ଉଲ୍ଲେଖନୀୟ ଉପଲବ୍ଧି ।”