କଟକ: ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ହାଇକୋର୍ଟଙ୍କୁ ଷ୍ଟାଟସ୍ ରିପୋର୍ଟ ଦେଇ ପାରିଲାନି କ୍ରାଇମବ୍ରାଞ୍ଚ। ଏନେଇ ହାଇକୋର୍ଟ କ୍ରାଇମବ୍ରାଞ୍ଚ ଉପରେ ଅସନ୍ତୋଷ ପ୍ରକାଶ କରିଛନ୍ତି। ନଭେମ୍ବର ୧୧ ତାରିଖ ସୁଦ୍ଧା ଅପ୍ଡେଟ୍ ଷ୍ଟାଟସ୍ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।

ଆସନ୍ତା ୧୧ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ତାରିଖ ଧାର୍ଯ୍ୟ କରାଯାଇଛି। ଆଦିତ୍ୟ ଦାଶ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ପରିବାର। ଜୁଲାଇ ୭ ତାରିଖରେ ଲିଙ୍ଗରାଜ ଷ୍ଟେସନ୍ ଟ୍ରେନ୍ ଲାଇନରୁ ଆଦିତ୍ୟଙ୍କ ମୃତଦେହ ମିଳିଥିଲା। ତେବେ ଏହା ହତ୍ୟା ନା ଆତ୍ମହତ୍ୟା ସେ ନେଇ ସସ୍ପେନ୍ସ ଜାରି ରହିଛି।
ଆଦିତ୍ୟ ମୃତ୍ୟୁ ଘଟଣାର ତଦନ୍ତ ଜିଅଆରପି ଜାରି ରଖିଥିବା ବେଳେ ପୁଲିସ ମହାନିର୍ଦେଶକ ଘଟଣାର ତଦନ୍ତ ଭାର ରାଜ୍ୟ କ୍ରାଇମବ୍ରାଞ୍ଚକୁ ଦେଇଥିଲେ। ଆଦିତ୍ୟଙ୍କ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ପାଇଁ ଦାୟର ଆଉ ଏକ ମାମଲା ଏବେ ହାଇକୋର୍ଟରେ ମଧ୍ୟ ବିଚାରାଧୀନ ରହିଛି।