ଦେଶରେ ୨୪ ଘଣ୍ଟା ମଧ୍ୟରେ ୫,୩୫୭ କରୋନା ସଂକ୍ରମଣ ଚିହ୍ନଟ

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ….

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୬,୦୦୦ ତଳକୁ ଖସି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୨,୫୦୦ ଉପରେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫,୩୫୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫,୩୫୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୫୬,୫୧୬ରେ ପହଞ୍ଚିଛି।