ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଆଜିଠାରୁ ପାଗରେ ପରିବର୍ତ୍ତନ ହେବ ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତାକାଲିଠାରୁ ୧୮ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆଜି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଝାରସୁଗୁଡ଼ା ଜିଲ୍ଲାରେ କାଳେବୈଶାଖୀ ଜାରି ରହିବ । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟର ୨୩ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବା ରେକର୍ଡ କରାଯାଇଛି । ତେବେ ଗତକାଲି ୪୪ ଡିଗ୍ରୀ ତାପମାତ୍ରା ସହ ବାରିପଦା ବିଶ୍ୱର ଦଶମ ଉତ୍ତପ୍ତ ସହର ମଧ୍ୟରେ ରହିଛି ।